ଭୁବନେଶ୍ଵର,ତା-୦୪/୧୦(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୪୦,୧୯୬ ମଧ୍ୟରୁ ୩୩,୬୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୧,୭୭୩ ମଧ୍ୟରୁ ୧୮,୩୬୯ ଜଣ ସୁସ୍ଥ ,୭୭ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୩,୩୨୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୪,୪୦,୮୩୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୩୨,୭୧୩ ଚିହ୍ନଟ ହୋଇଛନ୍ତି ୧,୯୮,୧୯୪ ଜଣ ସୁସ୍ଥ ହୋଇଥିବା ବେଳେ ୩୩,୫୫୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯୦୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୩୨୬ ଜଣଙ୍କ ମଧ୍ୟରୁ ୧,୯୪୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୩୮୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।