ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୩୮,୦୦୩,ମୃତ ସଂଖ୍ୟା ୯୪୦ ।

0 1,163

ଭୁବନେଶ୍ଵର,ତା-୦୬/୧୦(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୪୧,୧୫୦ ମଧ୍ୟରୁ ୩୫,୦୭୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୨,୧୨୩ ମଧ୍ୟରୁ ୧୯,୨୪୭ ଜଣ ସୁସ୍ଥ ,୮୨ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୨,୬୭୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮,୦୦୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୫,୨୪,୨୪୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୩୮,୦୦୩ ଚିହ୍ନଟ ହୋଇଛନ୍ତି ୨,୦୬,୪୦୦ ଜଣ ସୁସ୍ଥ ହୋଇଥିବା ବେଳେ ୩୦,୬୧୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୯୪୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨,୬୭୩ ଜଣଙ୍କ ମଧ୍ୟରୁ ୧,୫୫୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୧୧୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.