ଭୁବନେଶ୍ବର,୨୨/୧୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୬୩୮ । ବର୍ତ୍ତମାନ ସୁଦ୍ଧା ୫୫,୬୩,୯୨୬ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୧୩,୯୨୬ ଚିହ୍ନଟ ହୋଇଛନ୍ତି ୩,୦୪,୯୦୮ ଜଣ ସୁସ୍ଥ ହୋଇଥିବା ବେଳେ ୭,୩୬୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୬୪୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୬୩୮ ଜଣଙ୍କ ମଧ୍ୟରୁ ୩୭୩ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୨୬୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।