ଭୁବନେଶ୍ବର,୧୨/୦୧(ପିପିଟି); ରାଜ୍ୟରେ ନୂତନ ଆକ୍ରାନ୍ତ ସଂଖ୍ୟା ୨୨୫ । ବର୍ତ୍ତମାନ ସୁଦ୍ଧା ୭୨,୨୯,୯୪୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୩,୩୨,୩୩୧ ଚିହ୍ନଟ ହୋଇଛନ୍ତି ୩,୨୮,୨୭୧ ଜଣ ସୁସ୍ଥ ହୋଇଥିବା ବେଳେ ୨,୧୧୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୧,୮୯୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୨୨୫ ଜଣଙ୍କ ମଧ୍ୟରୁ ୧୩୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୯୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।