ଡିଏଭି ପବ୍ଲିକ ସ୍କୁଲରେ ରଙ୍ଗୋଲି ପ୍ରତିଯୋଗିତା ।

0 243

ଭଞ୍ଜନଗର,୦୩/୧୧(ପିପିଟି): ସ୍ଥାନୀୟ ଡ଼ିଏଭି ପିଟି.ଏସ.ଆର ପବ୍ଲିକ ସ୍କୁଲ ପରିସରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ରଙ୍ଗୋଲି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ଉକ୍ତ କାଯ୍ୟକ୍ରମରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାସୁଦେବ ପାଣିଗ୍ରାହୀ ଓ ବିଦ୍ୟାଳୟର ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହି ଉତ୍ସାହିତ କରିଥିଲେ। ଛାତ୍ରଛାତ୍ରୀ ମାନେ ବିଭିନ୍ନ ରଙ୍ଗ ବେରଙ୍ଗରେ ନିଜର କଳା ପ୍ରଦର୍ଶିତ କରିଥିଲେ । ଏହି ପ୍ରତିଯୋଗିତା ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ଏଭଳି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।ଏଥିରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଛି।

(ରିପୋର୍ଟ- ଜୟକୃଷ୍ଣ ପଟ୍ଟନାୟକ। )

Leave A Reply

Your email address will not be published.