ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲ ରାଜ୍ଯ ସରକାର।

0 341

ଭୁବନେଶ୍ବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଥିବା ଜଣାଯାଇଛି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଉଛନ୍ତି ରାଜ୍ୟ ସରକାର। ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ତ୍ରିନାଥ ମିଶ୍ରଙ୍କୁ ମିଶାଇ ଏପର୍ଯ୍ୟନ୍ତ ୧୫୨ ଅଧିକାରୀଙ୍କ ଉପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

Leave A Reply

Your email address will not be published.