ପୋଲସରା,୦୫/୦୩(ପିପିଟି):ପୋଲସରା ବସଷ୍ଟାଣ୍ଡ ଠାରେ ଓଡ଼ିଶାର ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଉପରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପୋଲସରା ମେଡିକାଲରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ।
(ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା ।)