ମୁଖ୍ୟମନ୍ତ୍ରୀ କାଳିଆ ଯୋଜନାରେ ସହାୟତା ପ୍ରଦାନ କଲେ।

0 564

ଭୁବନେଶ୍ବର,୦୩/୦୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି।

ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ଆଜି ପଣସ ମିଶନ ଓ ରିୱାର୍ଡ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷୀ ଆମ ଅର୍ଥନୀତିର ମୁଖ୍ୟ ଆଧାର। କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି।

Leave A Reply

Your email address will not be published.