ପୂର୍ବତନ ବିଧାୟକ ଉମାକାନ୍ତଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ।

0 309

ଭଞ୍ଜନଗର,୧୬/୦୫(ପିପିଟି): ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ସର୍ଗତ ଉମାକାନ୍ତ ମିଶ୍ରଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ରବିବାର ସ୍ଥାନୀୟ ଭଞ୍ଜ ସାହିତ୍ୟ ପରିଷଦ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉମାକାନ୍ତଙ୍କ ଉପରେ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା । ଏଥିରେ ଜଙ୍ଗଲ, ପରିବେଶ, ଜଳବାୟୁ ପରିବର୍ତନ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟଅତିଥି ଭାବେ ଯୋଗଦେଇ ପୂର୍ବତନ ବିଧାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କଲେଜ ଅଧ୍ୟକ୍ଷ ଡଃ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ସରକାରୀ ଓକିଲ ଏମ୍ ତାଜ ଆଦେନୀ,କବି ପ୍ରଶାନ୍ତ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗ ସ୍ବର୍ଗତ ମିଶ୍ରଙ୍କ ସ୍ମୃତି ଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
(ରିପୋର୍ଟ- ଜୟକୃଷ୍ଣ ପଟ୍ଟନାୟକ। )

Leave A Reply

Your email address will not be published.