ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ।

0 414

ପୋଲସରା,୩୧/୦୮(ପିପିଟି): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ କୁ ଆଡ଼ମ୍ବର ସହକାରେ ପାଳନ କରାଯାଇଛି। ଆଜି ସକାଳେ ପରିଷଦ ର କର୍ମଚାରୀ ମାନେ ରାମଧୁନ ଗାନ କରି ସହର ପରିକ୍ରମା କରିବା ପରେ କାର୍ଯ୍ୟାଳୟ ପରିସରରେ ପତାକା ଉତ୍ତୋଳନ କରାଯାଇଥିଲା। ପରିଷଦର ଅଧ୍ୟକ୍ଷା ସଙ୍ଗୀତା ବେହେରା ପତାକା ଉତ୍ତୋଳନ କରିବା ସହିତ ସ୍ୱାୟତ୍ତ ଶାସନ ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଏହା ପରେ ସ୍ଥାନୀୟ ବସଷ୍ଟାଣ୍ଡ ଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏବଂ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଛକରେ ଥିବା ଉତ୍କଳ ମଣି ଗୋପବନ୍ଧୁ ଦାସ ଙ୍କ ପ୍ରତି ମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇଥିଲା। ଏହା ବ୍ୟତୀତ ପରିଷଦର ସଫେଇ କର୍ମଚାରୀ ମାନଙ୍କୁ ପରିଷଦ ପକ୍ଷରୁ ପୋଷାକ ଓ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଚିକିତ୍ସାଧୀନ ରୋଗୀ ମାନଙ୍କୁ ଫଳ ଓ ବିସ୍କୁଟ ବଣ୍ଟନ କରାଯାଇଥିଲା। ଏ ଉପଲକ୍ଷେ ବସଷ୍ଟାଣ୍ଡ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶ୍ରମ ରାଷ୍ଟ୍ରମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୋଲସରା ପଞ୍ଚାୟତ ସମିତି ଅଧ୍ୟକ୍ଷା କଳ୍ପନା ପ୍ରଧାନ , ଗୋଷ୍ଠୀ ଉନ୍ନୟନ ଅଧିକାରୀ କୈଳାସ ଚନ୍ଦ୍ର ମୁର୍ମୁ , ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଳିକ , ଅତିରିକ୍ତ ତହସିଲଦାର ଶୋଭନ କୁମାର ବେହେରା , ଶିକ୍ଷାବିତ ମୁରଲୀଧର ନନ୍ଦ ଓ ପୂର୍ବତନ ନଗରପାଳ ପ୍ରଫୁଲ୍ଲ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଏବଂ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ର ଇଂରାଜୀ ବିଭାଗର ମୁଖ୍ୟ ଅଧ୍ୟାପକ ପ୍ରମୋଦ କୁମାର ରଥ ମୂଖ୍ୟ ବକ୍ତା ଭାବେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ। ପରିଷଦ ଅଧ୍ୟକ୍ଷା ସଙ୍ଗୀତା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବ ପ୍ରାରମ୍ଭରେ ନିର୍ବାହୀ ଅଧିକାରୀ ଦୁର୍ଯୋଧନ ସାହୁ ସ୍ୱାଗତ ଭାଷଣ ଦେବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଦୁଇ ଶତାଧିକ ଛାତ୍ରଛାତ୍ରୀ ଓ ଅନ୍ୟ ମାନଙ୍କୁ କପ୍ ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା। ଉତ୍ସବ ଶେଷରେ ଉପ ନଗରପାଳ ସନ୍ତୋଷ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଭଗବାନ ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉତ୍ସବ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
(ରିପୋର୍ଟ- ସନ୍ତୋଷ କୁମାର ପଣ୍ଡା ।)

Leave A Reply

Your email address will not be published.