ବରିଷ୍ଠ ଆଇନଜୀବି ସନ୍ତୋଷ କୁମାର ପଣ୍ଡା ହେଲେ ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ସଭାପତି ।

0 290

ବେଲଗୁଣ୍ଠା,୦୬/୦୬(ପିପିଟି):ବେଲଗୁଣ୍ଠା ଅଞ୍ଚଳର ବିଶିଷ୍ଟ ସଙ୍ଗଠକ ତଥା ବରିଷ୍ଠ ଆଇନଜୀବି ସନ୍ତୋଷ କୁମାର ପଣ୍ଡା ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ସଭାପତି ଭାବେ ମନୋନୀତ ହୋଇଛନ୍ତି ।ଏ ନେଇ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ।ଆଜି ଶ୍ରୀ ପଣ୍ଡାଙ୍କୁ ମହାବିଦ୍ୟାଳୟ ତରଫରୁ ବିପୁଳ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଆଜି ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକଙ୍କ ଏକ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ନୂତନ ସଭାପତି ଶ୍ରୀ ପଣ୍ଡାଙ୍କୁ କଲେଜ ତରଫରୁ ଉପଢ଼ୌକନ ଓ ପୁଷ୍ପଗୁଛ ଦେଇ ଅଭିନନ୍ଦନ ଜଣାଇବା ସହିତ ସ୍ୱାଗତ କରାଯାଇଥିଲା । ଶ୍ରୀ ପଣ୍ଡା ନିଜ ବକ୍ତବ୍ୟରେ ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିବା ସହିତ ବେଲଗୁଣ୍ଠା କଲେଜକୁ ନୂତନ ରୂପରେଖ ଦେଇ ଆଉ ଗଞ୍ଜାମ ଜିଲ୍ଲାର ଏକ ପ୍ରମୁଖ ମହାବିଦ୍ୟାଳୟ ରୁପେ ଗଢି ତୋଳିବା ପାଇଁ ସମସ୍ତଙ୍କ ସହଯୋଗ କାମନ କରିଥିଲେ । କଲେଜର ଉନ୍ନତି, ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉତ୍ସର୍ଗୀକୃତ ଶିକ୍ଷାଦାନକୁ ଗୁରୁତ୍ୱ ଦେବେ ବୋଲି ପ୍ରକାଶ କରିଥିଲେ ଏବଂ ସଭାପତି ଦାୟିତ୍ୱ ନିର୍ବାହ କରିବା ପାଇଁ ସୁଯୋଗ ଦେଇଥିବାରୁ ଶ୍ରୀ ପଣ୍ଡା ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ, ଗଞ୍ଜାମ ଜିଲ୍ଲାପାଳ, ସ୍ଥାନୀୟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଓ ଭଞ୍ଜନଗର ଉପଜିଲ୍ଲାପାଳଙ୍କୁ କୃତଜ୍ଞତା ଜଣାଇଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ,ଅଶୋକ କୁମାର ପ୍ରଧାନ, ଡଃ ଗୁରୁମୁର୍ତି ନାୟକ, ରଞ୍ଜିତ କୁମାର ସାମଲ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ଅଧ୍ୟାପକ ସପନ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

ରିପୋର୍ଟ-ସୁଶାନ୍ତ କୁମାର ବେହେରା

Leave A Reply

Your email address will not be published.