ଜିଲ୍ଲା ପ୍ରଶାସନ ତରଫରୁ ୧୫୫ତମ ଗାନ୍ଧୀ ଜୟନ୍ତୀ ପାଳିତ ।

0 31

ମାଲକାନଗିରି ,୦୨/୧୦ (ପିପିଟି):ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ବିଶାଲ ସିଂଙ୍କ ତତ୍ତ୍ଵାବଧାନରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ୧୫୫ତମ ଜିଲ୍ଲାସ୍ତରୀୟ ଗାନ୍ଧି ଜୟନ୍ତୀ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଆଡମା ରାବା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବେଦବର ପ୍ରଧାନ, ମାଲକାନଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଭାତୀ ଝୋଡ଼ିଆ ଓ ଓରମାସ ଡେପୁଟି ସିଇଓ ଗୁଣ୍ଡିଚା ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲାପାଳଙ୍କ ପୁରୁଣା କାର୍ଯ୍ୟାଳୟ ପରିସର ସ୍ଥିତ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ । ପରବର୍ତ୍ତୀ ସମୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥିମାନେ ଯୋଗ ଦେଇ ଗାନ୍ଧିଜୀଙ୍କ ବଳିଦାନ ଓ ଆଦର୍ଶର ସ୍ମୃତିଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ରାବି ଛାତ୍ରଛାତ୍ରୀଙ୍କୁ ଗାନ୍ଧୀଙ୍କ ଅହିଂସା , ସତ୍ୟ ଓ ଶାନ୍ତି ଆଦର୍ଶରେ ଅନୁପ୍ରାଣୀତ ହୋଇ ଦେଶ ଗଠନରେ ସାମିଲ ହେବାକୁ ଆହ୍ବାନ ଦେଇ ଥିଲେ। ରେଭ୍ କାଳୁ ତୁଷାର ପାଣି ଓ ଦେଶୀ ରାଜୁ ଆଚାରୀ ସର୍ବଧର୍ମ ପ୍ରାର୍ଥନା କରିଥିଲେ। ଜବାହର ନବୋଦୟ ବିଦ୍ୟାଳୟର ଛାତ୍ରୀମାନେ ଗାନ୍ଧୀଙ୍କ ପ୍ରିୟ ଭଜନ, “ବୈଷ୍ଣବ ଜନ ତୋ ଏବଂ ରଘୁପତି ରାଘବ ରାଜା ରାମ” ପରିବେଷଣ କରିଥିଲେ। ସେହିପରି ଗାନ୍ଧି ଜୟନ୍ତୀରେ ଆୟୋଜିତ ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.