ୟୁଜେଏ ପକ୍ଷରୁ ନୂତନ ଉପଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ।

0 128

ଭଞ୍ଜନଗର, ୨୭/୧୦(ପିପିଟି):ଗଞ୍ଜାମ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଭଞ୍ଜନଗର ନୂତନ ଉପଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ଅନୀଲ କୁମାର ସେଠୀଙ୍କୁ ଆଜି ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।ଶ୍ରୀ ସେଠୀଙ୍କ ସହ ୟୁଜେଏର ସଦସ୍ୟ ମାନେ ଭଞ୍ଜନଗର ଉପଖଣ୍ଡର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ।ଆଗାମୀ ଦିନରେ ସମସ୍ତଙ୍କ ସହଯୋଗରେ ଭଞ୍ଜନଗର ଅଞ୍ଚଳର ଉନ୍ନତି ଓ ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି।ଶ୍ରୀ ସେଠୀ ପୂର୍ବରୁ ଏଠାରେ ବିଡ଼ିଓ ଭାବେ ନିଜ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିଥିଲେ।ଏଥିରେ ୟୁଜେଏ ଜିଲ୍ଲା ସଭାପତି ଅନୀଲ କୁମାର ପଟ୍ଟନାୟକ, ସାଧାରଣ ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ପାତ୍ର, ଜୟକୃଷ୍ଣ ପଟ୍ଟନାୟକ, ଭଞ୍ଜନଗର ଶାଖା ଉପଦେଷ୍ଟା ରବୀନ୍ଦ୍ର କୁମାର ପାତ୍ର, ବିଶ୍ବମ୍ବର ଜେନା, ଅମରେନ୍ଦ୍ର ପଟ୍ଟନାୟକ, ରାଜେଶ କୁମାର ପଣ୍ଡା, ଧନଞ୍ଜୟ ପଟ୍ଟନାୟକ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ରିପୋର୍ଟ୍ -(ଜୟକୃଷ୍ଣ ପଟ୍ଟନାୟକ)

Leave A Reply

Your email address will not be published.