୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲେ ।

0 292

ମାଲକାନଗିରି ,୦୫/୦୯(ପିପିଟି) :ଆଜି ପବିତ୍ର ଗୁରୁଦିବସରେ ମାଲକାନଗିରି ଜିଲ୍ଲାସ୍ତରୀୟ ଗୁରୁଦିବସ କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅତିଥିମାନଙ୍କ ଦ୍ୱାରା ବିତରଣ କରାଯାଇଛିା ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ବ୍ଲକ ଉପାଧ୍ୟକ୍ଷ ନିରଂଜନ ହାଲଦାର ପ୍ରମୁଖ ଉପସ୍ଥିତ ଥିଲେ ।ପ୍ରାରମ୍ଭରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ରରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ ସହ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲେ। ଆଜିର ଦିନଟି ଗୁରୁ ଶିଷ୍ୟର ପରମ୍ପରା ସମ୍ବନ୍ଧରେ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ପ୍ରକାଶ କରିବା ସହ ସର୍ବପାଲ୍ଲୀ ରାଧାକ୍ରିଷ୍ଣନଙ୍କ ଆଦର୍ଶ ଓ ନୀତିକୁ ସମସ୍ତ ଗୁରୁ ଗୁରୁମା ଛାତ୍ରଛାତ୍ରୀ ମନେ ରଖିବା ଉଚିତ। ଏହି ଅବସରରେ ମାଲକାନଗିରି ଜିଲ୍ଲାରେ ସାତଟି ବ୍ଲକର ବିଭିନ୍ନ ବିଦ୍ୟାଳୟର ୯୩୦ ଉତ୍ତମ ଛାତ୍ରଛାତ୍ରୀଙ୍କୁ ଓଡିଆ ଭାଷା ବୃତ୍ତି ପୁରସ୍କାର, ବିଦ‌୍ୟାର୍ଥୀ ମେଧାବୃତ୍ତି ପୁରସ୍କାର, ଜିଲ୍ଲାସ୍ତରୀୟ ମେଧାବୀ ବିଦ୍ୟାର୍ଥୀ ପୁରସ୍କାର, ବ୍ଲକ ସ୍ତରୀୟ ମେଧାବୀ ବିଦ୍ୟାର୍ଥୀ ପୁରସ୍କାରରେ ପୁରସ୍କୃତ କରାଯିବା ସହ ମାନପତ୍ର ପ୍ରଦାନ କରା ଯାଇଥିଲା। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Leave A Reply

Your email address will not be published.