ଉପଜିଲ୍ଲାପାଳଙ୍କ ଘର ସମେତ ୧୦ଟି ସ୍ଥାନରେ ଭିଜିଲାନ୍ସ ଚଢାଉ।

0 193

କଟକ,୧୮/୧୧: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ଚଢାଉରେ ୭ ଡିଏସପି, ୩ ଜଣ ଇନସପେକ୍ଟର ଏବଂ ୮ ଜଣ ଆଇଆଇସି ସାମିଲ ଅଛନ୍ତି। ଉପଜିଲ୍ଲାପାଳଙ୍କର ଭୁବନେଶ୍ୱର ଝାରପଡ଼ାରେ ୩ ତାଲା କୋଠା, ଭଦ୍ରକ କୁଆଁଶରେ ୩ ତାଲା କୋଠା, ଭଦ୍ରକ ଗେଲପୁରରେ ଏକ ଦୁଇ ମହଲା ବିଶିଷ୍ଟ କୋଠା ଥିବା ସୂଚନା ମିଳିଛି।ଉପଜିଲ୍ଲାପାଳ ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସର ଚଢାଉ ଶେଷ ହେବାପରେ ସବିଶେଷ ତଥ୍ଯ ଆସିବ।

Leave A Reply

Your email address will not be published.