ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଏନ୍ଏସ୍ଏସ୍ କୋ ୟୁନିଟ୍ ତରଫରୁ ଜାତୀୟ ସମ୍ବିଧାନ ଦିବସ ।

0 316

ବେଲଗୁଣ୍ଠା, ୨୬/୧୧(ପିପିଟି) : ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଏନ୍ଏସ୍ଏସ୍ କୋ ୟୁନିଟ୍ ତରଫରୁ ଜାତୀୟ ସମ୍ବିଧାନ ଦିବସ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ରାଜନିତୀ ବିଜ୍ଞାନର ମୁଖ୍ୟ ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ରୂପେ ଇତିହାସ ବିଭାଗ ମୁଖ୍ୟ ଅଶୋକ କୁମାର ସ୍ୱାଇଁ, ଅଧ୍ୟାପକ ଅଶୋକ କୁମାର ପ୍ରଧାନ,ଅଧ୍ୟାପକ ଅଜୟ କୁମାର ବିଶ୍ୱାଳ,ଅଧ୍ୟାପିକା ପିଙ୍କି ପାତ୍ର ଏବଂ କ୍ରୀଡ଼ା ଶିକ୍ଷକ ବିଶ୍ୱରଞ୍ଜନ ସ୍ଵାଇଁ, ରଞ୍ଜିତ୍ କୁମାର ସାମଲ, ସପନ କୁମାର ପ୍ରଧାନ ପ୍ରମୁ୍ଖ ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମ ପାଇଁ ଅନୁଷ୍ଠିତ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ମୁଖ୍ୟବକ୍ତା ଶ୍ରୀ ପାଣିଗ୍ରାହୀ ସମ୍ବିଧାନର ଉଦ୍ଦେଶ୍ୟ ଓ ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମ ଅଧିକାରୀ ସପନ କୁମାର ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ ।

ରିପୋର୍ଟ- ସୁଶାନ୍ତ କୁମାର ବେହେରା

Leave A Reply

Your email address will not be published.