କୋଦଳା,୧୬/୦୧(ପିପିଟି):ଗଞ୍ଜାମ ଜିଲ୍ଲା କୋଦଳା ବିଜ୍ଞାପିତ ଅଞ୍ଚଳ ପରିଷଦ ପରିସରରେ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏନ୍ଏସି ଅଧ୍ୟକ୍ଷ୍ୟ ସୂର୍ଯ୍ୟ ନାରାୟଣ ନାୟକଙ୍କ ଉପସ୍ଥିତିରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗ ଦେଇ ଯୋଗ୍ୟ ବିବେଚିତ ୮୦ ବର୍ଷରୁ ଉର୍ଦ୍ଧ୍ବ ବାର୍ଦ୍ଧକ୍ୟ ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀଙ୍କୁ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ରାଶି ପ୍ରଦାନ କରିଥିଲେ । ଏଥିରେ ଉପାଧ୍ୟକ୍ଷ୍ୟା ରଞ୍ଜିତା ସେଠୀଙ୍କ ସମେତ ବିଜ୍ଞାପିତ ଅଞ୍ଚଳ ପରିଷଦର ସମସ୍ତ କର୍ମକର୍ତ୍ତା,କାଉନସିଲର ଉପସ୍ଥିତ ଥିଲେ ।
(ରିପୋର୍ଟ- ସୂର୍ଯ୍ୟନାରାୟଣ ବଡୁ ।)