ବୋଲଗଡ଼,୨୪/୦୫(ପିପିଟି): ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ଏଏସଆଇ ତୁଷାରକାନ୍ତ ନାୟକ ଓ ହୋମଗାର୍ଡ ପ୍ରଶାନ୍ତ କୁମାର ସୁନ୍ଦରାୟ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ଏକ କେସ ଡାଇରୀରୁ ନାଁ ହଟାଇଦେବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଗତକାଲି ବିଳମ୍ବିତ ରାତିରେ ଚାଲିଥିଲା ଡିଲ। ଏହି ସମୟରେ ଛକି ବସିଥିବା ଭିଜିଲାନ୍ସ ଟିମ ଉଭୟଙ୍କୁ ମାଡ଼ିବସିଥିଲା । ପରେ ଏଏସ ଆଇ ତୁଷାରକାନ୍ତ ରହୁଥିବା ଘରେ ଖୋଳତାଡ଼ ସହିତ ଉଭୟଙ୍କୁ ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଅଧିକ ତଦନ୍ତ ଚଳାଇଛି । ପୂର୍ବରୁ ଏଏସଆଇ ତୁଷାରକାନ୍ତ ନାୟକଙ୍କୁ ଉଲ୍ଲେଖନୀୟ ସେବା ପାଇଁ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।
ରିପୋର୍ଟ-ସୁଶାନ୍ତ କୁମାର ପ୍ରଧାନ।