ପୋଲସରା ,୧୬/୦୭(ପିପିଟି) : ବୁଗୁଡା ବ୍ଳକର ନରସିଂହ ପାଟଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ଇକୋ କ୍ଳବ ପକ୍ଷରୁ “ବନମହୋତ୍ସବ” ଓ “ମାଆ ପାଇଁ ଗଛଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଲିୟ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ାର ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନିତା କୁମାରୀ ପାଢ଼ୀ ଏବଂ ସମ୍ମାନିତ ଅତିଥି ଭାବେ ସିଆରସିସି ସନ୍ତୋଷ କୁମାର ଡାକୁଆ ଓ ଏସଏମସି ସଭାନେତ୍ରୀ ଦିପ୍ତିମୟୀ ପାଣିଗ୍ରାହୀ ଯୋଗଦେଇଥିଲେ। ଏହି ସଚେତନତା ସଭାରେ ଅତିଥି ବୃନ୍ଦ ବୃକ୍ଷର ଉପକାରିତା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ। ଶେଷରେ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଦୀପ କୁମାର ନାହାକ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ଏବିଇଓ ଶ୍ରୀମତୀ ପାଢ଼ୀ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ପରେ ଅନ୍ୟମାନେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ।
ରିପୋର୍ଟ୍: ସନ୍ତୋଷ କୁମାର ପଣ୍ଡା