ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ସଭା ।

0 371

ଭଞ୍ଜନଗର,୦୨/୦୮(ପିପିଟି):ଓଡ଼ିଶା ସ୍କୁଲ୍ କଲେଜ୍ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ଆହ୍ବାନରେ ଜଗନ୍ନାଥ ପ୍ରସାଦ ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବ୍ଲକ୍ ସମନ୍ବୟ ସମିତି ଆବାହକ ତଥା ଓଷ୍ଟା ସଭାପତି ପ୍ରଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ଧାରଣା ସହ ଏକ ପ୍ରତିବାଦ ସଭାର ଆୟୋଜନ କରାଯାଇଥିଲା। ସ୍ଥାନୀୟ ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷାମନ୍ତ୍ରୀ ତଥା ଗଣ ଶିକ୍ଷାମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ପ୍ରଦାନ କରାଯାଇଥିଲା। ଉକ୍ତ ପ୍ରତିବାଦ ସଭାରେ ବ୍ଲକ ଉପଡେଷ୍ଟା ରମେଶ ଚନ୍ଦ୍ର ସହୁ, ସତ୍ୟବାନ ସାହୁ ତଥା ପ୍ରାୟ ୧୫ ଟି ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷକ, ଶିକ୍ଷୟିତ୍ରୀ ତଥା କର୍ମଚାରୀ ଯୋଗ ଦେଇ ଉକ୍ତ କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥଲେ।

ରିପୋର୍ଟ- (ଜେ.କେ ପଟ୍ଟନାୟକ)

Leave A Reply

Your email address will not be published.