ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ : ଢୁପା ସିକ୍ସ ଦଳ ବିଜୟୀ। ।

0 191

ବାଲିଗୁଡା,୦୬/୦୮ (ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି । ପଞ୍ଚମ ଦିନର ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳ ର ବରିଷ୍ଠ କ୍ରୀଡ଼ାବିତ ନାରାୟଣ ବିଶୋଇ ଏବଂ ଭୀମରାଜୁ ସାହୁ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସଂସଦର ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ, ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ । ପଞ୍ଚମ ଦିନର ଖେଳରେ ଢୁପା ସିକ୍ସ ଦଳ ସହ ୟୁ ପି କେ ଏଫ ସି ଦଳ ର ବହୁ ସଙ୍ଘର୍ଷ ମୟ ଖେଳରେ ଟାଇ ବ୍ରେକର୍ ଜରିଆରେ ୩-୨ ଗୋଲରେ ଢୁପା ସିକ୍ସ ଦଳ ଦିଜୟୀ ହୋଇଥିଲେ । ଏହି ଖେଳରେ ବାବୁ ଭାଇ, ତ୍ରିନାଥ ମଳିକ, ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ ।ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ ଏହାର ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ହୋଇ ବିଜେତା ଙ୍କୁ ପ୍ୟାରେଡ ଉତ୍ସବ ରେ ପୁରସ୍କୃତ କରାଯିବ ବୋଲି ସଂସଦ ପକ୍ଷରୁ କୁହାଯାଇଛି ।

ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ

Leave A Reply

Your email address will not be published.