ଯାଜପୁର,୧୩/୦୯(ପିପିଟି): ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କାଙ୍କଡ଼ପାଳ ପଞ୍ଚାୟତ ବିଜୁ ଜନତା ଦଳର ସଭାପତି ଇଶ୍ୱର ମହାନ୍ତଙ୍କର ସଡକ ଦୁର୍ଘଟଣାରେ ଅକାଳ ବିୟୋଗ ହୋଇଛି। ପୁର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେ଼ଇ ଖବର ପାଇ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହିତ ଅମର ଆତ୍ମାର ସଦଗତି କାମନା କରିଛି। ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛି ।ଏଭଳି ଦୁଃଖଦ ସମୟରେ ଭଗବାନ ତାଙ୍କ ପରିବାର ବର୍ଗଙ୍କୁ ସାହସ ଓ ଧୈର୍ଯ୍ୟ ପ୍ରଦାନ କରନ୍ତୁ।