ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶପଥ ପାଠ ସଭା।

0 166

ଯାଜପୁର,୩୧/୧୦(ପିପିଟି): ଆଜି ପୂର୍ବାହ୍ନରେ ଯାଜପୁର ଜିଲ୍ଲା ପ୍ରଶାସନ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ସମୂହ ଶପଥ ପାଠ ଉତ୍ସବ ପାଳିତ ହୋଇଯାଇଅଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅମ୍ବର କୁମାର କର ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ। ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜକୁ ସମର୍ପିତ କରି ଦେଶବାସୀଙ୍କ ମଧ୍ୟରେ ଏହି ସନ୍ଦେଶ ପ୍ରସାର କରିବା ନିମନ୍ତେ ସମ୍ପୂର୍ଣ୍ଣ ପ୍ରୟାସ କରିବାକୁ ଏବଂ ଆମ ଦେଶର ଐକ୍ୟ ଭାବନାକୁ ଓ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦର୍ଶୀତା ଏବଂ କାର୍ଯ୍ୟକୁ ସମ୍ମାନ ଜଣାଇ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସୁନିଶ୍ଚିତ କରିବା ନିମନ୍ତେ ନିଜକୁ ସମର୍ପଣ କରିବାକୁ ସତ୍ୟନିଷ୍ଠ ସଂକଳ୍ପ ନିମନ୍ତେ ଶପଥ ପାଠ କରାଯାଇଥିଲା। ଉକ୍ତ ଶପଥ ପାଠ ସଭାରେ ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ,ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଦେବୀପ୍ରସାଦ ମହାନ୍ତି,ଉପଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ ସମସ୍ତ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ଦେଶର ସାମ୍ପ୍ରଦାୟିକ ଓ ଏକତା ବଜାୟ ରଖିବା ପାଇଁ ସଙ୍କଳ୍ପବଦ୍ଧ ହେଲେ ।

Leave A Reply

Your email address will not be published.