ପୋଲସରା ,୨୨/୧୨(ପିପିଟି): ସ୍ଥାନୀୟ ହାତୀଓଟ ସ୍ଥିତ ମା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗଙ୍ଗାଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବରେ ପୂର୍ବତନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁ ମାନଙ୍କ ଚରିତ୍ର ଗଠନରେ ମାଆ ମାନଙ୍କ ଭୂମିକା ଓ ଗୁରୁଜୀ ଗୁରୁମାଙ୍କ ନିଃସ୍ଵାର୍ଥପର ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।ଓଡ଼ିଆ ଚଳଚ୍ଚିତ୍ର ତଥା ଧାରାବାହିକ ଅଭିନେତା ଉଦୟ, ଅଭିନେତ୍ରୀ ଜିନା ସାମଲ ଓ ସସ୍ମିତା ସାହୁ ମୁଖ୍ୟ ଆକର୍ଷଣ ଭାବେ ଯୋଗଦେଇ ସମସ୍ତଙ୍କ ମନୋରଞ୍ଜନ କରିଥିଲେ। ବରିଷ୍ଠ ଶିକ୍ଷାବିତ୍ ମୁରଲୀଧର ନନ୍ଦ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଓଡ଼ିଆ ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବାରେ ଶିଶୁ ମନ୍ଦିରର ଅତୁଳନୀୟ ଅବଦାନ ସମ୍ପର୍କରେ ମାର୍ଗଦର୍ଶନ କରି ନିଜକୁ ଓଡ଼ିଆ ବୋଲି ଗର୍ବ ଅନୁଭବ କରିବାକୁ ଶିଶୁ ମାନଙ୍କୁ ପରାମର୍ଶ ଦେଇଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ନନ୍ଦ ସ୍ଵାଗତ ଭାଷଣ ଦେଇଥିବାବେଳେ ଉପସଭାପତି ସନ୍ତୋଷ କୁମାର ପାତ୍ର ମଞ୍ଚ ପରିଚାଳନା ଓ ସଂଯୋଜନା କରିଥିଲେ।ସମ୍ପାଦକ ସନ୍ତୋଷ କୁମାର ମହାରଣା ସଂପାଦକୀୟ ବିବରଣୀ ପାଠ କରିଥିବାବେଳେ କୋଷାଧ୍ୟକ୍ଷ କୁମୁଦ ଚନ୍ଦ୍ର ଦାଶ ଅତିଥି ପରିଚୟ ପ୍ରଦାନ କରି ଥିଲେ।ସମ୍ମାନନୀୟ ଅତିଥି ଭାବେ ହାତୀଓଟ ସମିତି ସଭ୍ୟ କାହୁଁ ଚରଣ ସାହୁ ଓ ସରପଞ୍ଚ ପ୍ରତିନିଧି ସୁଶାନ୍ତ କୁମାର ସାହୁ, ନାଏବ ସରପଞ୍ଚ ସପନ କୁମାର ପାଣି,ପୂର୍ବତନ ଗଞ୍ଜାମ ଜିଲ୍ଲାପରିଷଦ ଅଧ୍ୟକ୍ଷ ସୁରଥ ପ୍ରଧାନ ଯୋଗଦେଇ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଶିଶୁମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହସଂପାଦକ ଜଗନ୍ନାଥ ସାହୁ,ସଭ୍ୟ ରଘୁନାଥ ବେହେରା, ସଭ୍ୟା ନର୍ମଦା ବେହେରାଙ୍କ ସମେତ ସମସ୍ତ କମିଟି ସଦସ୍ୟ ଓ ଗୁରୁଜୀ ଗୁରୁମା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।
ରିପୋର୍ଟ୍: ସନ୍ତୋଷ କୁମାର ପଣ୍ଡା