କ୍ଷତ୍ରିୟବରପୁରରେ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ।

0 211

ବେଲଗୁଣ୍ଠା, ୦୭/୦୧(ପିପିଟି):ସମାଜ ସଂସ୍କାରକ ତଥା ସୁସାହିତ୍ୟିକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ସାରା ରାଜ୍ୟରେ ୧୧୮ ଟି ବିଦ୍ୟାଳୟରେ ଆଜି ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ଶୁଭ ଦେଇଥିବା ବେଳେ ବେଲଗୁଣ୍ଠା ବ୍ଳକ୍ ର କ୍ଷତ୍ରିୟବରପୁର ପିଏମ୍ ଶ୍ରୀ ନୋଡାଲ୍ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଭର୍ଚୁଆଲ ମାଧ୍ୟମରେ ଦିନ ଏଗାରଟା ଘଣ୍ଟା ଚାଳିଶି ମିନଟ୍ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଶୁଭ ଦେଇଥିବା ବେଳେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ I ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୧୮ ଟି ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ ଶୁଭ ଦିଆଯାଇଥିବା ବେଳେ ଆଗାମୀ ଦିନରେ ପ୍ରତି ପଂଚାୟତରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଖୋଲାଯିବା ପାଇଁ ଯୋଜନା ରହିଥିବା ବିଧାୟକ ଶ୍ରୀ ବିଷୋୟୀ ପ୍ରକାଶ କରିଥିଲେ I ଶିକ୍ଷା ବ୍ୟବସ୍ଥାର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଡବଲ୍ ଇଂଜିନ୍ ସରକାର ପ୍ରତିଶୃ୍ତି ବଦ୍ଧ ଥିବା ବେଳେ ରାଜ୍ୟ ସରକାରଙ୍କ ପ୍ରତ୍ୟେକ ଯୋଜନା ଶିକ୍ଷା କ୍ଷେତ୍ରରେ ଆଦୃତ ହୋଇପାରିଛି ବୋଲି ବିଧାୟକ ଶ୍ରୀ ବିଷୋୟୀ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ବେଲଗୁଣ୍ଠା ତହସିଲଦାର ତଥା ବିଡିଓ କଳାକୃଷ୍ଣ ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ବେଲଗୁଣ୍ଠା ପଂଚାୟତ ସମିତି ଉପାଧ୍ୟକ୍ଷା ପ୍ରମିଳା ପ୍ରଧାନ,ବେଲଗୁଣ୍ଠା ପ୍ରେସକ୍ଲବ ସଭାପତି ପ୍ରଦ୍ୟୁମ୍ନ ପାତ୍ର, ସ୍ଥାନୀୟ ସରପଞ୍ଚ କମଳ କୁମାରୀ ପ୍ରଧାନ, ସମିତିସଭ୍ୟ କୁଞ୍ଜବିହାରୀ ନାୟକ,ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା ସାହୁ, କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ.ଗିରିଧର ନାୟକ,ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ମାନସ ରଞ୍ଜନ ଡାକୁଆ, ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ,ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ମିଶ୍ର, ପୂର୍ବତନ ସରପଞ୍ଚ ପ୍ରମୋଦ ପ୍ରଧାନ, ମହନ୍ତ ରାମକୃଷ୍ଣ ଦାଶ,ବିଦ୍ୟାଳୟ ପରି ଚାଳନା କମିଟି ସଭାପତି ପ୍ରମୁଖ ମଞ୍ଚାସୀନ ଥିଲେ । ସିଆରସିସି ଛାୟାକାନ୍ତ ମହାପାତ୍ର ମଞ୍ଚ ପରିଚାଳନା କରିବା ସହିତ ସ୍ୱାଗତ ଭାଷଣ ଏବଂ ଧନ୍ୟବାଦ ପ୍ରଦାନ କରିଥିଲେ । ରାଜ୍ୟରେ ୧୧୮ ଟି ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ଛଅଟି ଏବଂ ସୋରଡ଼ା ନିର୍ବାଚନ ମଣ୍ଡଳୀରେ ଦୁଇଟି ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଶୁଭ ଦିଆଯାଇଥିବା ଯୋଗୁଁ ବିଧାୟକ ଶ୍ରୀ ବିଷୋୟୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିବା ବେଳେ ବିଧାୟକ ଶ୍ରୀ ବିଷୋୟୀଙ୍କୁ ମଧ୍ୟ ବେଲଗୁଣ୍ଠା ପ୍ରେସକ୍ଲବ ଏବଂ ଅଞ୍ଚଳବାସୀ ଭୂୟସୀ ପ୍ରଶଂସା କରିଛନ୍ତି ।

ରିପୋର୍ଟ୍ -ସୁଶାନ୍ତ କୁମାର ବେହେରା

Leave A Reply

Your email address will not be published.