ବାଲିପଦର ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି।

0 166

ପୋଲସରା ,୧୩/୦୪(ପିପିଟି) : ବୁଗୁଡା ବ୍ଲକର ବାଲିପଦର ପଞ୍ଚାୟତରେ ଆଜି ପଞ୍ଚାୟତ ସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ପଞ୍ଚାୟତ ସ୍ଥରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମିଳିତ ଜନଶୁଣାଣି ଶିବିରରେ ବୁଗୁଡା ଏବିଡିଓ ଧର୍ମରାଜ ପରିଡା ଓ ସିଡିପିଓ ବବିତା କୁମାରୀ ପଣ୍ଡା ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିରୁ ସମସ୍ତ ୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ସମସ୍ତ ଅଭିଯୋଗ ଶିବିରରେ ହିଁ ସମାଧାନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ କର୍ମଚାରୀ ସମେତ ବ୍ଳକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତଥିଲେ। ଜନଶୁଣାଣି ଅଧିକାରୀ ଜ୍ୟୋତି ରଞ୍ଜନ ସାହୁ ଶିବିର ପରିଚାଳନା କରିଥିଲେ। ବାଲିପଦର ପଞ୍ଚାୟତ ପିଇଓ ଶୁଭମ ବେହେରା, ଏଡିଇଓ କେଦାରନାଥ ପ୍ରଧାନଙ୍କ ସମେତ ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

ରିପୋର୍ଟ୍: ସନ୍ତୋଷ କୁମାର ପଣ୍ଡା

Leave A Reply

Your email address will not be published.