ରାଜନୀତି ବିଜ୍ଞାନ ବିଭାଗର +୩ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା।

0 142

ପୋଲସରା (ପିପିଟି) ୧୮/୪/୨୬ : ବୁଗୁଡା ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ +୩ ପ୍ରଥମ ଓ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀମାନେ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି। ଏପ୍ରିଲ ୧୭ ତାରିଖ ଦିନ ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏହି ବିଦାୟ ସମ୍ବର୍ଦ୍ଧନା ସଭାରେ କଲେଜର ଭାଇସ ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କରିବା ସହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। କଲେଜର ପୂର୍ବତନ ରାଜନୀତି ବିଜ୍ଞାନ ବିଭାଗ ଅଧ୍ୟାପକ ଡକ୍ଟର ବିନୋଦ କୁମାର କର ସ୍ୱତନ୍ତ୍ର ଅତିଥି ଭାବେ ଏବଂ ଅତିଥି ଭାବେ ଗଣିତ ବିଭାଗର ମୁଖ୍ୟ ଅଧ୍ୟାପକ ଦିନେଶ ଚୌଧୁରୀ, ଇତିହାସ ବିଭାଗର ମୁଖ୍ୟ ଅଧ୍ୟାପକ ଡକ୍ଟର ପ୍ରଦୀପ କୁମାର ଦାସ ଓ କ୍ରୀଡା ଅଧ୍ୟାପକ କ୍ରିଷ୍ଣା ରାଓ ପାତ୍ର ଯୋଗଦେଇଥିଲେ। ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ପବିତ୍ର ଖଣ୍ଡୁଆଳ ଓ ଲୋକନାଥ ବେହେରା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଉପାଧ୍ୟକ୍ଷ, ଅତିଥି ଅଧ୍ୟାପକ ବୃନ୍ଦ ଓ ବିଭାଗର ଅଧ୍ୟାପକ ବୃନ୍ଦ ସ୍ନାତକ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ତୃତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ସେମାନଙ୍କ ତିନି ବର୍ଷର ଅନୁଭୂତି ବର୍ଣ୍ଣନା କରିଥିଲେ। ପ୍ରଥମ ଓ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ସେମାନଙ୍କ ସିନିୟର ତୃତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କ ପ୍ରେରଣା ଓ ସ୍ନେହ ବିଷୟରେ କହିବା ସହ ଭାବ ବିହ୍ଵଳ ହୋଇ ବିଦାୟ ଦେଇଥିଲେ। ଶେଷରେ ପ୍ରଥମ ବର୍ଷର ଛାତ୍ରୀ ଶ୍ରଦ୍ଧାଞ୍ଜଳି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ରିପୋର୍ଟ୍: ସନ୍ତୋଷ କୁମାର ପଣ୍ଡା

Leave A Reply

Your email address will not be published.