ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୬ ପାଳନ, ମନ୍ତ୍ରୀଙ୍କ ଦ୍ଵାରା ଅନ୍ତୋଦୟ ଗୃହ ବଣ୍ଟନ।

0 211

ପୋଲସରା,୨୫/୦୪ (ପିପିଟି): ପୋଲସରା ବ୍ଲକ ପରିସରରେ ଗତକାଲି ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୬ ଅତି ଧୁମଧାମରେ ପାଳିତ ହୋଇଯାଇଛି। ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ ସମ୍ପର୍କରେ ଅବଗତ କରାଇବା ସହ ୧୬୯ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତୋଦୟ ଗୃହ ବଣ୍ଟନ କରିବା ସହିତ ନିର୍ଦ୍ଧାରିତ ମୟସୀମା ଭିତରେ ଗୃହ ଗୁଡ଼ିକ କରିଥିବା ୨୦ ଜଣ ହିତାଧିକାରୀଙ୍କୁ ୨୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ମଧ୍ୟ ପ୍ରଦାନ କରିଥିଲେ । ଜିଲ୍ଲା ପରିଷଦ ସଭ୍ୟା ଝୁନୁ ଦାସ, ବ୍ଳକ ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ ମଞ୍ଚାସୀନ ହୋଇଥିବା ବେଳେ ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ/ ସଭ୍ୟା ଓ ବ୍ଳକ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ।

ରିପୋର୍ଟ: ସନ୍ତୋଷ କୁମାର ପଣ୍ଡା

Leave A Reply

Your email address will not be published.