ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ ।

0 194

ବାଲିଗୁଡା ,୨୬/୦୪(ପିପିଟି): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିର ରେଭିନ୍ୟୁ ବଙ୍ଗଳା ନିକଟରେ ଥିବା ଶନିଶ୍ଚର ମନ୍ଦିରର ୧୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବ ମନ୍ଦିର ପରିଚାଳନା କମିଟି ସଭାପତି ହରିହର ନାୟକ ଏବଂ ସମ୍ପାଦକ ରବିନାରାୟଣ ପାଣିଗ୍ରାହୀ ଙ୍କ ନେତୃତ୍ୱ ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଦିନତମାମ ପୂଜା ଅର୍ଚନା ସହ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଟିକାବାଲି ଅଞ୍ଚଳରେ ଥିବା ଶତାଧିକ ଶ୍ରଦ୍ଧାଳୁ ଭକ୍ତ ଉପସ୍ଥିତ ରହି ଏହି ମାଙ୍ଗଳିକ କାର୍ଯ୍ୟରେ ସହଯୋଗ କରିଥିଲେ । ଏହି କାର୍ଯ୍ୟରେ ମନ୍ଦିର ପରିଚାଳନା କମିଟି ସଦସ୍ୟ ଗୋପାଳ ପଣ୍ଡା, ଅଜିତ ପ୍ରଧାନ, ପଞ୍ଚାନନ ପାଣିଗ୍ରାହୀ, ରବି ପାଣିଗ୍ରାହୀ ଏବଂ ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ

Leave A Reply

Your email address will not be published.