ଚେଡେଙ୍ଗା ଜିପିରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ।

0 152

ମାଲକାନଗିରି,୨୯/୦୬(ପିପିଟି):ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଆଜି ମାଥିଲି ବ୍ଲକର ଚେଡେଙ୍ଗା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେ ଜନସାଧାରଣଙ୍କ ଆପତ୍ତି ଓ ଅଭିଯୋଗ ଶୁଣିଥିଲେ। ଆବେଦନ ପ୍ରକ୍ରିୟାକୁ ସହଜ ଏବଂ ଶୃଙ୍ଖଳିତ କରିବା ପାଇଁ ଶିବିରରେ ବିଭିନ୍ନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଶିବିରମାନ ବ୍ୟବସ୍ଥା କରାଯାଇଥିଲା।ଏହି ଶିବିରରେ ମୋଟ ୪୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ଜିଲ୍ଲାପାଳ ଓ ଏସପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୩ ଟି ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ତତ୍କାଳ ସମାଧାନ କରାଯାଇଥିଲା। ବାକି ରହିଥିବା ୪୪ ଟି ଆବେଦନକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ହସ୍ତାନ୍ତର କରାଯାଇଛି। ଏହି ସମସ୍ତ ପେଣ୍ଡିଂ ଅଭିଯୋଗଗୁଡ଼ିକୁ ଅତି ଶୀଘ୍ର ସମାଧାନ କରିବା ପାଇଁ ଜିଲ୍ଲାପାଳ ସଂପୃକ୍ତ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।

(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ)

Leave A Reply

Your email address will not be published.