ଭୁବନେଶ୍ୱର ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ।

0 0

ଭୁବନେଶ୍ୱର,୨୯/୦୬(ପିପିଟି):ଭୁବନେଶ୍ୱର ବ୍ଲକ କାର୍ଯ୍ୟାଳୟ ପରିସରରେ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମିଳିତ ଜଣାଶୁଣାଣିରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଉପରେ ଶୁଣାଣି କରାଯାଇଛି । ଏଥିରେ ଦାଖଲ ହୋଇଥିବା ୩୫ଟି ଅଭିଯୋଗ ମଧ୍ୟରୁ ୨୫ଟି ବ୍ୟକ୍ତିଗତ ଥିବାବେଳେ ୧୦ଟି ଅଭିଯୋଗ ସାମୟିକ ରହିଥିଲା । ଏଥମଧ୍ୟରୁ ୫ଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିଲା।ଏତଦବ୍ୟତୀତ ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣ ମାନଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀ ମାନେ ଗୁରୁତ୍ୱାରୋପ କରିଥିଲେ ।

ଆଜିର ମିଳିତ ଜନଶୁଣାଣି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ  ଜ୍ୟୋତି ଶଙ୍କର ସାହୁ, ଭୁବନେଶ୍ବର ଉପ ଜିଲ୍ଲାପାଳ  ମନୋରଞ୍ଜନ ସାହୁ, ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା  ନିରୁପମା ସାହୁ, ତହସିଲଦାର ଜୟନ୍ତ କୁମାର ଜୟସିଂହ, ବିଡ଼ିଓ ଦେବୀ ପ୍ରସାଦ ମହାନ୍ତି,ଅନ୍ୟ ବରିଷ୍ଠ ଅଧିକାରୀ, ସ୍ଥାନୀୟ ଜନପ୍ରତିନିଧି ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.