ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ।
କଟକ,୩୧/୦୮(ପିପିଟି): ବହୁଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ତଥା ବିଜେଡି ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ କୁମାର ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ନିମ୍ନ ଅଦାଲତରେ ଜାମିନ ଆବେଦନ ଖାରଜ ହେବା ପରେ ବିକ୍ରମ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
୨୦୨୫ ଅକ୍ଟୋବର ୨୨ ତାରିଖରେ ଏହି ମାମଲାରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା । ଦୀର୍ଘ ମାସ ଧରି ସେ ବିଚାର ବିଭାଗୀୟ ହାଜତରେ ରହିଥିଲେ । ଏହା ମଧ୍ୟରେ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ତାଙ୍କୁ ଡାକ୍ତରଖାନାରେ ମଧ୍ୟ ଚିକିତ୍ସିତ ହେବାକୁ ପଡ଼ିଥିଲା ।