ମାଲକାନଗିରି,୨୦/୦୯(ପିପିଟି):ମାଲକାନଗିରି ଉପଖଣ୍ଡ ଜନ ସ୍ବାସ୍ଥ୍ୟ ବିଭାଗ ଦ୍ଵାରା ପ୍ରତିବର୍ଷ ବିଶ୍ବକର୍ମା ପୂଜା ମହାଡମ୍ଵର ସହ ପାଳିତ ହୋଉଥିବା ବଳେ ଚଳିତ ବିଶ୍ଵକର୍ମା ପୂଜା ମହାସମାରୋହରେ ପାଳିତ ହୋଇଯାଛି।
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ୱକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ । ଆଜି ବିଶ୍ଵକର୍ମା ପୂଜାକୁ ଉଦଯାପିତ କରାଯାଇ ସନ୍ଧ୍ୟା ସମୟରେ ସହରର ପ୍ରରିକ୍ରମା କରିବା ସହିତ ଉତ୍ସାହ ଉଦ୍ଦୀପନାରେ ଯୁବଗୋଷ୍ଠୀ ନୃତ୍ୟ ଓ ରୋଷଣୀ ଭସାଣି କରିଥିଲେ। ସହର ପରିକ୍ରମା ପରେ ସତୀଗୁଡା ଜଳ ଭଣ୍ଡାରରେ ମୃଣୟ ମୂର୍ତ୍ତିକୁ ବିସର୍ଜନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଉପଖଣ୍ଡ ଜନସ୍ବାସ୍ଥ୍ୟ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ , ସହକାରୀ ଯନ୍ତ୍ରୀ ରାମ ପ୍ରଧାନ, ସୁଶାନ୍ତ କୁମାର ନାୟକ ଓ ଅନ୍ୟାନ୍ୟ କର୍ମଚାରୀମାନେ ପୂର୍ଣ୍ଣ ସହଯୋଗ କରିଥିଲେ।
(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ)