ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

0 207

ବୋଲଗଡ଼,୧୨/୧୦(ପିପିଟି): ଖୋରଧା ଜିଲ୍ଲା ଅନ୍ତର୍ଗତ ବୋଲଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପୁରୁସୋତ୍ତମ୍ ଦାସ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଶିବିରରେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ,ବି ଡି ଓ , ସୁଶ୍ରୀ ସୁମନ ସୁଦ୍ଧା କୁଣ୍ଡୁ, ଅତିରିକ୍ତ ମୁଖ୍ୟ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସ୍ବିଟି ସୋରେନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ଆସିଷ୍ଟାଣ୍ଟ କଲେକ୍ଟର, ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୬୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୫୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୬ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l ଅଭିଯୋଗ ଶିବିରରେ ୦୭ ଗୋଟି ଅଭିଯୋଗର ଜିଲ୍ଲାପାଳ ତତ୍କାଳ ସମାଧାନ କରିଥିଲେ l ଭେଷଜ ଚିକିତ୍ସା ନିମନ୍ତେ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଲକ୍ଷ୍ମୀ ଦେଇ, ଗ୍ରାମ ଗର୍ଭଣି ପଡ଼ା, ବୋଲଗଡଙ୍କୁ ୧୫ ହଜାର ଟଙ୍କା, ହିରାମଣୀ ବେହେରା, ଗ୍ରାମ: ମର୍ଧବାଡ଼ି, ବୋଲାଗଡଙ୍କୁ ୨୫ ହଜାର ଟଙ୍କା ଏବଂ ସେକ ଜାଫର , ଗ୍ରାମ- କୁସପଲ୍ଲା, ଙ୍କୁ ୧୫ ହଜାର ଟଙ୍କା ଜିଲ୍ଲାପାଳ ସହାୟତା ରାଶି ପ୍ରଦାନ କରିଥିଲେ l ସେହିପରି ଜିଲ୍ଲା ରେଡ୍ କ୍ରସ ପାଣ୍ଠିରୁ ରମେଶ କୁମାର ସ୍ବାଇଁଙ୍କୁ ୩୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ
ନେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଶ୍ରୀୟା ଶାଶ୍ଵତୀ ଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ଵାସ୍ଥ୍ୟ ଓ ଗମନାଗମନ ତଥା ଅତ୍ୟାବଶ୍ୟକ ସେବା ବିଭାଗର ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ l

ରିପୋର୍ଟ-ସୁଶାନ୍ତ କୁମାର ପ୍ରଧାନ।

Leave A Reply

Your email address will not be published.