ଯାଜପୁର, ୧୨/୧୦(ପିପିଟି ): ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କୋରେଇ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୭୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ୦୨ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୮ ଗୋଟି ଅଭିଯୋଗର ଶୁଣାଣି କରାଯାଇ ୪୭୦୦୦ ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯାଇ ଥିଲା। ୨୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗନଗର ଶ୍ରୀ ସପନ୍ କୁମାର ନନ୍ଦ, ଅତିରିକ୍ତ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ଲମ୍ବୋଦର ଖୁଣ୍ଟିଆ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ନଗେନ୍ଦ୍ର ନାଥ ମହାପାତ୍ର, ଡେପୁଟି କଲେକ୍ଟର ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ସାରସ୍ୱତ ସାହୁ, କୋରେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବନିକାନ୍ତ ସାହୁ , ଭାରପ୍ରାପ୍ତ ତହସିଲଦାର ବ୍ୟାସନଗର ପ୍ରଶାନ୍ତ କୁମାର ପୁହାଣ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।