ଘର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ ।

0 188

ଅନୁଗୋଳ,୨୧/୧୦(ପିପିଟି ): ଅନୁଗୋଳ ଜିଲ୍ଲା ବାଗଡ଼ିଆ ଥାନା ଅନ୍ତର୍ଗତ କଣଲୋଇ ଗାଁରେ ଜଣେ ଯୁବକଙ୍କ ମୃତଦେହ ଘର ଭିତରୁ ଉଦ୍ଧାର ହେବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତ ଯୁବକ ହେଉଛନ୍ତି ଦିଲୀପ ସେଠୀ। ତାଙ୍କ ମୃତ୍ୟୁ କେଉଁ ପରିସ୍ଥିତିରେ ହୋଇଛି, ତାହା ସ୍ପଷ୍ଟ ହୋଇନଥିବା ବେଳେ ଘଟଣାକୁ ନେଇ ବିଭିନ୍ନ ପ୍ରକାର ଚର୍ଚ୍ଚା ହେଉଛି।

ଦିଲୀପଙ୍କ ମୃତ୍ୟୁ ସ୍ୱାଭାବିକ ନା ଏହା ପଛରେ ଅନ୍ୟ କୌଣସି କାରଣ ରହିଛି, ତାହାକୁ ନେଇ ପ୍ରଶ୍ନ ଉଠିଛି। ଏପରିକି ଘଟଣାରେ ହତ୍ୟା ସନ୍ଦେହ ମଧ୍ୟ ପ୍ରକାଶ ପାଇଛି। ଖବର ପାଇ ବାଗଡ଼ିଆ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର ପ୍ରକୃତ କାରଣ ଏବଂ ଏଥିରେ କାହାର ସମ୍ପୃକ୍ତି ରହିଛି କି ନାହିଁ, ତାହା ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ। ଏହି ଘଟଣାକୁ ନେଇ ଗାଁରେ ଉତ୍କଣ୍ଠା ଓ ଆଲୋଚନା ଜାରି ରହିଥିବା ବେଳେ ପୁଲିସର ତଦନ୍ତ ଉପରେ ସମସ୍ତଙ୍କ ନଜର ରହିଛି।

Leave A Reply

Your email address will not be published.