ଜଟଣୀ ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ।

0 102

ଜଟଣୀ,୦୯/୧୧(ପିପିଟି): ଜଟଣୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ଯୁଗ୍ମ ଅଭିଯୋଗ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଖୋରଧା ଜିଲ୍ଲାପାଳ  ଅମ୍ରିତ ଋତୁରାଜଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାସ୍ତରୀୟ ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧା ପ୍ରମୁଖ ଉପସ୍ଥିତ ଥିଲେ । ଜଣାଶୁଣାଣିକୁ ଆସିଥୁବା ଜନସାଧାରଣମାନଙ୍କ ନିମନ୍ତେ ଆନୁସଙ୍ଗିକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା I ଆଜି ମୋଟ ୬୨ଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା I ସେଥି ମଧ୍ୟରୁ ୩୯ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୨୩ଟି ଗୋଷ୍ଠୀଗତ ଅଭିଯୋଗ ଥିଲା ।
ସେଥି ମଧ୍ୟରୁ ୫ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିଲା । ତିନି ଜଣଙ୍କ ଆବେଦନକୁ ବିଚାରକୁ ନିଆଯାଇ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିବା ବେଳେ ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ଜଣଙ୍କୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ଏତଦବ୍ୟତୀତ ସମସ୍ତ ଅଭିଯୋଗଗୁଡିକୁ ବିଚାରକୁ ନେଇ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜନସାଧାରଣଙ୍କୁ ସେବା ଯୋଗାଇ ଦେବା ଉପରେ ଅଧିକାରୀମାନେ ଗୁରୁତ୍ୱରୋପ କରିଥିଲେ।

ଆଜିର ଶୁଣାଣି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ  ଜ୍ୟୋତି ଶଙ୍କର ସାହୁ, ଜଟଣୀ ବିଡିଓ, ତହସିଲଦାର, ଜିଲ୍ଲା ସାଧାରଣ ଅଭିଯୋଗ ଆସିଷ୍ଟାନ୍ଟ କଲେକ୍ଟର ଭୁବନେଶ୍ଵରୀ କହଁର, ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.