ଗାନ୍ଧୀନଗର ଶ୍ରୀ ସରସ୍ୱତୀ ଶିଶୁ ମନ୍ଦିରରେ ଉତ୍ସାହ ଓ ଉଦ୍ଦୀପନାର ସହ ଶିଶୁ ଦିବସ ପାଳିତ ।

0 1

ବ୍ରହ୍ମପୁର,୧୫/୧୧ (ପିପିଟି): ବ୍ରହ୍ମପୁର ଗାନ୍ଧୀନଗରସ୍ଥିତ ଶ୍ରୀ ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଶିଶୁ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେଅବସର ପ୍ରାପ୍ତ ଶିକ୍ଷକ ପ୍ରକାଶ ଚନ୍ଦ୍ର ଶତପଥୀ ଯୋଗଦେଇ ଶିଶୁମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନରେ ଶିକ୍ଷା, ଶୃଙ୍ଖଳା, ସଂସ୍କାର ଓ ନୈତିକ ମୂଲ୍ୟବୋଧର ଗୁରୁତ୍ୱ ସମ୍ପର୍କରେ ନିଜର ମତବ୍ୟକ୍ତ କରିଥିଲେ। ପ୍ରଧାନ ଆଚାର୍ଯ୍ୟା ସନ୍ଧ୍ୟାରାଣୀ ଦେବୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଶିଶୁ ଦିବସର ମହତ୍ତ୍ୱ ଓ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶିଶୁପ୍ରେମ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଉତ୍ସବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା ଓ ଛାତ୍ରଛାତ୍ରୀ ଯୋଗଦେଇ ଦିବସଟିକୁ ଆନନ୍ଦମୟ କରିଥିଲେ। ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ଓ ସେମାନଙ୍କୁ ଉତ୍ତମ ନାଗରିକ ଭାବେ ଗଢ଼ିତୋଳିବାର ସଂକଳ୍ପ ସହ କାର୍ଯ୍ୟକ୍ରମଟି ସମାପନ ହୋଇଥିଲା।

ରିପୋର୍ଟ -ନିଗମାନନ୍ଦ ପଣ୍ଡା

Leave A Reply

Your email address will not be published.