ଭଞ୍ଜନଗର ଠାରେ ୭୪ତମ ଉପଖଣ୍ଡ ସ୍ତରୀୟ ସ୍ଵାଧୀନତା ଦିବସ ପାଳନ ।

0 265

ଭଞ୍ଜନଗର,୧୫/୦୮(ପିପିଟି); ୭୪ତମ ସ୍ୱାଧୀନତା ଦିବସ କୁ ଆଜି ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡରେ କୋଭିଡ଼ ନିୟମ ଅନୁସାରେ ପାଳନ କରାଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।କୋରନା କଟକଣା ଯୋଗୁଁ ଚଳିତ ବର୍ଷ ଏହି ଉତ୍ସବକୁ ନିରାଡ଼ମ୍ବର ଭାବେ ସୀମିତ ଲୋକଙ୍କ ଉପସ୍ଥିତିରେ ସମ୍ପାଦିତ କରିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ରହିଥିଲା।ଏହି ବିପତ୍ତି ସମୟରେ ତ୍ୟାଗ ଓ କର୍ତ୍ତବ୍ୟନିଷ୍ଠା ପାଇଁ ବିଭିନ୍ନ ବିଭାଗର କର୍ମଚାରୀ ମାନଙ୍କୁ କୋରନା ଯୋଦ୍ଧା ଭାବେ ସମ୍ମାନିତ କରାଯାଇଥିଲା।ଏହାପରେ ଭଞ୍ଜନଗର ମେଡିକାଲ ଓ ଚିଦାନନ୍ଦ କୁଷ୍ଠାଶ୍ରମ ର ଅନ୍ତେବାସୀ ମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା।ଏହି ଅବସରରେ ସ୍ଥାନୀୟ ଦୀନବନ୍ଧୁ ବାଳିକା ଉଚ୍ଚ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ବିଡ଼ିଓ ଅନୀଲ କୁମାର ସେଠୀ, ତହସିଲଦାର ଆଲୋକ କୁମାର ପ୍ରଧାନ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭ୍ରାଂଶୁ ଶେଖର ମିଶ୍ର, ମେଡିକାଲ ଅଧିକ୍ଷକ ସୀତାଂଶୁ ଶେଖର ଶତପଥୀ, ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ, ଫକୀର ମୋହନ ମାଝୀ, ଶୂଳପାଣି ଶତପଥୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ରିପୋର୍ଟ – ଜୟକୃଷ୍ଣ ପଟ୍ଟନାୟକ ।

Leave A Reply

Your email address will not be published.