ରାଜ୍ୟରେ ସଂକ୍ରାମିତ ସଂଖ୍ୟା ୫୨୬୫୩ , ସୁସ୍ଥ ସଂଖ୍ୟା ୩୬୪୭୯,ମୃତ୍ୟୁ ସଂଖ୍ୟା ୩୧୪ ।

ଭୁବନେଶ୍ଵର,ତା-୧୩/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୩,୮୪୨ ମଧ୍ୟରୁ ୧୧,୫୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୭,୪୫୨ ମଧ୍ୟରୁ ୪,୧୩୧ ଜଣ ସୁସ୍ଥ ,୪୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୧,୯୮୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨,୬୫୩ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୭,୬୫,୦୬୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୫୨,୬୫୩ ଚିହ୍ନଟ ହୋଇଛନ୍ତି ୩୬,୪୭୯ ଜଣ ସୁସ୍ଥ ହୋଇଥିବା ବେଳେ ୧୫,୮୦୭ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୩୧୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୧,୯୮୧ ଜଣଙ୍କ ମଧ୍ୟରୁ ୧,୨୨୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୭୫୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment