ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ସୁସ୍ଥ ହେଲେ ।

ଭୁବନେଶ୍ୱର,(ପିପିଟି ନ୍ଯୁଜ୍) ୦୩/୦୪ – ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଆସିଛି। କ୍ୟାପିଟାଲ ହସ୍ପିଟାଲରୁ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡିସ୍‌ଚାର୍ଜ ହୋଇଛନ୍ତି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସଂପୃକ୍ତ ଯୁବକ ଜଣକ ବିଦେଶରୁ ଫେରିବା ପରେ ତାଙ୍କଠାରେ କରୋନା ଲକ୍ଷଣ ଦେଖାଦେବାରୁ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଥିବା ପୂର୍ବରୁ ସ୍ବାସ୍ଥ୍ୟ ବିଭାଗ ସୂଚନା ମଧ୍ୟ ଦେଇଥିଲା। ତେବେ ହସ୍ପିଟାଲରେ ଦୁଇ ଦୁଇଥର ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସେ ଡିସ୍‌ଚାର୍ଜ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ଟୁଇଟ୍‌ କରି କହିଛି।ସୂଚନାଯୋଗ୍ୟ, ରାଜ୍ୟରେ ୫ ଜଣ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିଲେ । ପୂର୍ବରୁ ଦ୍ବିତୀୟ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି ।Attachments area

Comments (0)
Add Comment