ଉଢୁରା ବିଦ୍ୟାଳୟରେ ଶିକ୍ଷକ ଅଭିବାବକ ସମ୍ମିଳନୀ ଓ ନୂତନ ପରିଚାଳନା କମିଟି ଗଠନ ।

ବେଲଗୁଣ୍ଠା,୨୨/୦୪(ପିପିଟି): ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଉଢୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭିବାବକ ସମ୍ମିଳନୀ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଗଠନ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋଜ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ବିଷ୍ଣୁ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ରୂପେ ୱାର୍ଡ୍ ସଭ୍ୟ ସଙ୍ଗୀତା ସ୍ୱାଇଁ, ଅଙ୍ଗନୱାଡି କର୍ମୀ ସଂଯୁକ୍ତା ଜେନା, ସିଆରସିସି ଶଙ୍କର ନାରାୟଣ ସେଠୀ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀଙ୍କ ଅଭିଭାବକ ମାନେ ଉପସ୍ଥିତ ରହି ଗଣତାନ୍ତ୍ରିକ ପଦ୍ଧତିରେ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ କରିଥିଲେ । ନୂତନ କମିଟିର ଅଧ୍ୟକ୍ଷ ଭାବେ କୃଷ୍ଣଚନ୍ଦ୍ର ନାୟକଙ୍କୁ ମନୋନୀତ କରାଯାଇଥିବା ବେଳେ ଉପାଧ୍ୟକ୍ଷା ଭାବେ ସସ୍ମିତା ସାହୁଙ୍କୁ ମନୋନୀତ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଅକ୍ଷୟ କୁମାର ଦାସ୍, କୋରୀ କୁମାରୀ ପାତ୍ର, ସୁନୀଲ ପାତ୍ର, ବାବୁଲା ପ୍ରମୁଖ ସହଯୋଗ କରିଥିଲେ । ବରିଷ୍ଠ ଶିକ୍ଷକ ଅକ୍ଷୟ କୁମାର ଦାସ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶିକ୍ଷୟିତ୍ରୀ କୋରୀ କୁମାରୀ ପାତ୍ର ଧନ୍ୟବାଦ୍ ଜ୍ଞାପନ କରିଥିଲେ ।

(ରିପୋର୍ଟ- ସୁଶାନ୍ତ କୁମାର ବେହେରା। )

Comments (0)
Add Comment