ଉପଜିଲ୍ଲାପାଳଙ୍କ ଜନ ଶୁଣାଣି କାର୍ଯ୍ୟକ୍ରମ ।

ଭଞ୍ଜନଗର,୦୯/୦୫(ପିପିଟି): ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଅଭିଯୋଗ ଏବଂ ଅସୁବିଧାକୁ ନେଇ ଜନ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଏଥିରେ ଉପସ୍ଥିତ ରହି ସର୍ବପ୍ରଥମେ ଭିନ୍ନକ୍ଷମମାନଙ୍କ ଅଭିଯୋଗ ଏବଂ ପରେ ସାଧାରଣ ଲୋକଙ୍କ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ। ମୋଟ ୨୯ଟି ଅଭିଯୋଗ ମଧ୍ୟରୁ ଦିବ୍ୟାଙ୍ଗମାନଙ୍କ ନିକଟରୁ ୧୩ଟି ଓ ୧୬ଟି ସାଧାରଣ ଅଭିଯୋଗପତ୍ର ଗ୍ରହଣ କରାଯାଇଛି ।ସେସବୁ ସମସ୍ୟାର ଅତିଶୀଘ୍ର ସମାଧାନ ପାଇଁ ବିଭିନ୍ନ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ବି.ଡ଼ି.ଓ. ଅନିଲ କୁମାର ସେଠୀ, ତହସିଲଦାର ଆଲୋକ କୁମାର ପ୍ରଧାନ, ଏସ.ଡ଼ି.ଓ ପି.ଏଚ.ଡ଼ି. ବିନୟ କୁମାର ସାହୁ, ଉପଖଣ୍ଡ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ସୀତାଂଶୁ ଶେଖର ଶତପଥୀ, ସହାୟକ ଜିଲ୍ଲାପାଳ ସଞ୍ଜୟ କୁମାର ସାହୁ, ଏଷ୍ଟାବ୍ଲିସମେଣ୍ଟ ଅଫିସର ଅନିଲ କୁମାର ପଣ୍ଡା, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ଉପଖଣ୍ଡର ବିଭିନ୍ନ ଅଧିକାରୀମାନେ ଉପସ୍ଥିତ ଥିଲେ ।
(ରିପୋର୍ଟ- ଜୟକୃଷ୍ଣ ପଟ୍ଟନାୟକ ।)

Comments (0)
Add Comment