ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୭୧,୩୪୧,ମୃତ ସଂଖ୍ୟା ୬୮୨ ।

ଭୁବନେଶ୍ଵର,ତା-୧୮/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୯,୪୮୨ ମଧ୍ୟରୁ ୨୨,୭୦୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୫୦୨ ମଧ୍ୟରୁ ୧୮,୯୬୧ ଜଣ ସୁସ୍ଥ ,୨୧୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୧୮୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧,୩୪୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୬,୬୭,୭୪୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୭୧,୩୪୧ ଚିହ୍ନଟ ହୋଇଛନ୍ତି ୧,୩୩,୪୬୬ ଜଣ ସୁସ୍ଥ ହୋଇଥିବା ବେଳେ ୩୭,୧୪୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୬୮୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୧୮୦ ଜଣଙ୍କ ମଧ୍ୟରୁ ୨,୪୬୬ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୭୧୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment