ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୦୫,୪୫୨,ମୃତ ସଂଖ୍ୟା ୭୮୩ ।

ଭୁବନେଶ୍ଵର,ତା-୨୬/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୫,୦୮୦ ମଧ୍ୟରୁ ୨୮,୨୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୯,୯୯୬ ମଧ୍ୟରୁ ୧୯,୪୨୫ ଜଣ ସୁସ୍ଥ ,୩୧୩ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୪,୩୫୬ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୫,୪୫୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୦,୬୨,୭୧୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୦୫,୪୫୨ ଚିହ୍ନଟ ହୋଇଛନ୍ତି ୧,୬୫,୪୩୨ ଜଣ ସୁସ୍ଥ ହୋଇଥିବା ବେଳେ ୩୯,୧୮୪ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୭୮୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୪,୩୫୬ ଜଣଙ୍କ ମଧ୍ୟରୁ ୨,୫୨୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୮୨୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment