ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୧୨,୬୦୯,ମୃତ ସଂଖ୍ୟା ୮୧୩ ।

ଭୁବନେଶ୍ଵର,ତା-୨୮/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୬,୪୦୪ ମଧ୍ୟରୁ ୨୯,୭୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୮ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୦,୦୬୩ ମଧ୍ୟରୁ ୧୯,୫୫୫ ଜଣ ସୁସ୍ଥ ,୨୮୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୩,୨୩୫ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୧,୫୯,୪୦୦ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୧୨,୬୦୯ ଚିହ୍ନଟ ହୋଇଛନ୍ତି ୧,୭୩,୫୭୧ ଜଣ ସୁସ୍ଥ ହୋଇଥିବା ବେଳେ ୩୮,୧୭୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୮୧୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୨୩୫ ଜଣଙ୍କ ମଧ୍ୟରୁ ୧,୯୧୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୩୨୦ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment