ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୧୫,୬୭୬,ମୃତ ସଂଖ୍ୟା ୮୨୮ ।

ଭୁବନେଶ୍ଵର,ତା-୨୯/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୬,୯୫୯ ମଧ୍ୟରୁ ୩୦,୨୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୧ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୦,୧୬୧ ମଧ୍ୟରୁ ୧୫,୮୮୮ ଜଣ ସୁସ୍ଥ ,୬୯ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୩,୦୬୭ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୫,୬୭୬ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୨,୦୦,୮୫୨ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୧୫,୬୭୬ ଚିହ୍ନଟ ହୋଇଛନ୍ତି ୧,୭୭,୫୮୫ ଜଣ ସୁସ୍ଥ ହୋଇଥିବା ବେଳେ ୩୭,୨୧୦ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୮୨୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୦୬୭ ଜଣଙ୍କ ମଧ୍ୟରୁ ୧,୮୦୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୨୫୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment