ଭୁବନେଶ୍ଵର,ତା-୩୦/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୭,୫୬୦ ମଧ୍ୟରୁ ୩୦,୯୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୦,୫୨୦ ମଧ୍ୟରୁ ୧୬,୩୩୦ ଜଣ ସୁସ୍ଥ ,୭୦ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୩,୪୪୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୯,୧୧୯ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୨,୫୦,୯୯୯ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ କରୋନା ପଜିଟିଭ ୨,୧୯,୧୧୯ ଚିହ୍ନଟ ହୋଇଛନ୍ତି ୧,୮୧,୪୮୧ ଜଣ ସୁସ୍ଥ ହୋଇଥିବା ବେଳେ ୩୬,୭୪୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୮୪୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୪୪୩ ଜଣଙ୍କ ମଧ୍ୟରୁ ୨,୦୧୭ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୪୨୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।