ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୨୬,୩୩୪,ମୃତ ସଂଖ୍ୟା ୮୭୫ ।

ଭୁବନେଶ୍ଵର,ତା-୦୨/୧୦(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୮,୯୯୭ ମଧ୍ୟରୁ ୩୨,୩୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୧,୨୪୯ ମଧ୍ୟରୁ ୧୭,୩୮୨ ଜଣ ସୁସ୍ଥ ,୭୪ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୩,୬୦୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୩,୪୮,୮୬୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୨୬,୩୩୪ ଚିହ୍ନଟ ହୋଇଛନ୍ତି ୧,୯୦,୦୮୦ ଜଣ ସୁସ୍ଥ ହୋଇଥିବା ବେଳେ ୩୫,୩୨୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୮୭୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୬୦୦ ଜଣଙ୍କ ମଧ୍ୟରୁ ୨,୧୦୯ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୪୯୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment