ଓଡିଶାରେ ସଂକ୍ରାମିତ ସଂଖ୍ୟା ୨,୨୯,୩୮୭,ମୃତ ସଂଖ୍ୟା ୮୯୨ ।

ଭୁବନେଶ୍ଵର,ତା-୦୩/୧୦(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୩୯,୫୫୮ ମଧ୍ୟରୁ ୩୩,୦୦୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୬ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ କଟକ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୧,୫୦୫ ମଧ୍ୟରୁ ୧୭,୮୪୮ ଜଣ ସୁସ୍ଥ ,୭୪ ଜଣଙ୍କ ମୃତ୍ୟୁ । ନୂତନ ଆକ୍ରାନ୍ତ ୩,୦୫୩ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୩,୯୫,୨୬୫ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୨,୨୯,୩୮୭ ଚିହ୍ନଟ ହୋଇଛନ୍ତି ୧,୯୪,୧୨୮ ଜଣ ସୁସ୍ଥ ହୋଇଥିବା ବେଳେ ୩୪,୩୧୪ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୮୯୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୦୫୩ ଜଣଙ୍କ ମଧ୍ୟରୁ ୧,୮୦୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୨୪୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Comments (0)
Add Comment